SunstarTV
ଆସନ୍ତା କାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଖସାପଡ଼ା ନୀତି । ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ପ୍ରାୟ ୪ ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ । ଯେଉଁଥି ପାଇଁ ଆଜି ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି ହୁଏ । ଏହା ଏକ ଗୁପ୍ତ ନୀତି। ଏଣୁ ଆସନ୍ତାକାଲି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ଅବଗତି ନିମନ୍ତେ ଏହି ସୂଚନା ଦିଆଯାଇଛି ।
ଏହି ନୀତିରେ ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ। ମହପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି। ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି। ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ। ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି।
ସାଧାରଣତଃ ଦେବସ୍ନାନ ପୂର୍ଣ୍ଣିମା ଏବଂ ଶ୍ରୀଗୁଣ୍ତିଚା ଯାତ୍ରା ପୂର୍ବରୁ ଖସାପଡ଼ା ନୀତି କରାଯାଇଥାଏ । କରାଣ ଏଥିରେ ମହାପ୍ରଭୁଙ୍କ ପହଁଣ୍ତି କରାଯାଇଥାଏ । ସୂଚନାଥାଉ ଯେ, ଆଗକୁ ଦେବସ୍ନାନ ପୂର୍ଣ୍ଣିମା ଏବଂ ରଥାଯାତ୍ରା ଆସୁଛି । ଏଥିରେ ଶ୍ରୀଜିଉଙ୍କ ପହଣ୍ତି କରାଯିବ ତେଣୁ ଏହା ପୂର୍ବରୁ ଖସାପଡା ନୀତି ଅନୁଷ୍ଠିତ ହୁଏ ।