SunstarTV
ରାଜନୀତିରେ ଓଡ଼ିଶା ରାଜ ପରିବାରର ସକ୍ରିୟ ଅଂଶଗ୍ରହଣ ରହିଆସିଛି। ବଲାଙ୍ଗୀର ଜିଲା ପାଟଣା ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇପାରିଥିଲେ। ରାଜ୍ୟରେ ଚଳିତ ନିର୍ବାଚନରେ ଏକାଧିକ ରାଜ ପରିବାରର ସଦସ୍ୟ ବିଭିନ୍ନ ସ୍ଥାନରୁ ଭିନ୍ନ ଭିନ୍ନ ଦଳରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ହେଲେ ସେମାନଙ୍କ ମଧ୍ୟରୁ ଅଧିକାଂଶ ପରାସ୍ତ ହୋଇଛନ୍ତି।ଦଳ ବଦଳି ଭିତରେ ଏହି ରାଜ ପରିବାରଙ୍କ ନାମ ମଧ୍ୟ ରହିଛି ।
ଆଜି ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଶ୍ରୀମତୀ ଅରୁନ୍ଧତୀ ଦେବୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି । ତାଙ୍କ ସହ ତାଙ୍କ ପୁତ୍ର ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି ।ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ସେମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ଶ୍ରୀ ନବୀନ ପଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ଏହି ସମୟରେ ସାଂସଦ ମାନସ ମଙ୍ଗରାଜ ମଧ୍ୟ ଉପସ୍ଥିତ ଥିଲେ ।