SunstarTV
ବଙ୍ଗୋପସାଗରରେ ସକ୍ରିୟ ହେଲାଣି ଲଘୁଚାପ କ୍ଷେତ୍ର । ଆସନ୍ତାକାଲି ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।
ଏହାର ପ୍ରଭାବ ସ୍ବରୁପ ସମୁଦ୍ର ଅଶାନ୍ତ ରହିବା ସହିତ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରାଯାଉଛି । ୨୪ ତାରିଖ ସକାଳ ବେଳକୁ ପବନର ବେଗ ସମୁଦ୍ରରେ ଅଧିକ ରହିବ।
ପରବର୍ତ୍ତୀ ସମୟରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରି ଆହୁରି ଘନୀଭୂତ ହୋଇପାରେ । ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସୂଚନା ରହିଛି।
ପାଣିପାଗ ବିଶେଷଜ୍ଞ ସୂଚନା ଅନୁସାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୁଳୁଗୁଳି ବଢ଼ିବ, ଏହା ସହିତ କିଛି କିଛି ସ୍ଥାନରେ ବର୍ଷା ହୋଇଛି ।
ଏହାକୁ ଦୃଷ୍ଟିରେ ରଖି ୨୩ ତାରିଖରୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି ଫେରି ଆସିବାକୁ ସତର୍କ କରାଯାଇଛି। ଆଜିଠୁ ୨୫ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହୋଇପାରେ। ୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।