SunstarTV
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି।ଏହି ସମ୍ଭାବ୍ୟ ବାତ୍ୟାର ନାଁ ‘ରେମଲ’।
ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଏହା ଉତ୍ତରପୂର୍ବ ଦିଗରେ ଗତି କରୁଛି।ଆସନ୍ତାକାଲି ସକାଳ ସୁଦ୍ଧା ଅବପାତ ଆହୁରି ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ। ତେବେ ୨୬ ତାରିଖ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ବାତ୍ୟା।
ସନ୍ଧ୍ୟା ସୁଦ୍ଧା ଏହା ଏକ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ୨୬ ତାରିଖ ମଧ୍ୟରାତ୍ରିରେ ଲାଣ୍ଡଫଲ୍ କରିବ ବାତ୍ୟା। ବାଂଲାଦେଶ ଓ ତତସଲଗ୍ନ ପଶ୍ଚିମବଙ୍ଗ ଉପକୂଳ ମଧ୍ୟରେ ସାଗର ଦ୍ୱିପ ଓ ଖେପୁପରା ମଝିରେ ସ୍ଥଳଭାଗ ଛୁଇଁବ।
ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ସିଧା ସଳଖ ରହିବ ନାହିଁ ବୋଲି କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କାଁ ଭାଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ୨୭ ତାରିଖରେ କିଛି କିଛି ସ୍ଥାନରେ ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାଲେଶ୍ୱର ଓ ମୟୂରଭଞ୍ଜରେ ଏହାର ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।