SUNSTARTV
ସନଷ୍ଟାରଟିଭି ବ୍ୟୁରୋ: ଆରପାରିରେ ଓଡିଶାର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ । ଗତକାଲି ରାତିରେ ତାଙ୍କର ବିୟୋଗ ହୋଇଛି । ମୃତ୍ୟୁ ବେଳକୁ ମୁରଲୀଧରଙ୍କୁ ୯୫ ବର୍ଷ ବୟସ ହୋଇଥିଲା । ୨୧ ଅଗଷ୍ଟ ୨୦୦୭ରୁ ୯ମାର୍ଚ୍ଚ ୨୦୧୩ ପର୍ଯ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ। ସେ ଓଡିଶାର ୪୩ ତମ ରାଜ୍ୟପାଳ ଥିଲେ । ପୂର୍ବରତନ ରାଜ୍ୟପାଳ କେବଳ ରେ ଜଣେ ରାଜନେତା ଥିଲେ ତାହା ନୁହେଁ ବରଂ ସେ ଜଣେ ସୁଦକ୍ଷ ଆଇନ୍ଜୀବି ମଧ୍ୟ ଥିଲେ । ସୁପ୍ରିମ କୋର୍ଟରେ ଜଣେ ବରିଷ୍ଠ ଆଇନଜୀବୀ ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ ମଧ୍ୟ କାର୍ଯ୍ୟକରିଥିଲେ। ୧୦ ଡିସେମ୍ବର ୧୯୨୮ ମସିହାରେ ଜନ୍ମିତ ଏହି ବିଶିଷ୍ଟ ରାଜନେତା କଂଗ୍ରେସ ସମର୍ଥନରେ ମହାରାଷ୍ଟ୍ରରୁ ରାଜ୍ୟସଭାକୁ ୧୯୮୦ରୁ ୧୯୯୪ ମଧ୍ୟରେ ରାଜ୍ୟସଭାକୁ ଯାଇଥିଲେ । ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, ଭାରତକୁ ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ୱ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ ‘ଦି ୱାର୍ଲଡ ଅଫ ଜେଣ୍ଡର ଜଷ୍ଟିସ’ ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ ଭିନ୍ନକ୍ଷମମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯକରିଛନ୍ତି ।
ରାଜ୍ୟ ପଇଁ ମୁରଲୀଧଙ୍କ ଅବଦାନ ସତରେ ଅତୁଳନୀୟ ଥିଲା । ତାଙ୍କର ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ରାଜ୍ୟପାଳ ରଘୁବର ଦାସ , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟତୀତ ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ଶୋକ ବ୍ୟକ୍ତ କରିଛନ୍ତି । ଏଥିସହିତ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଏକ୍ସ ଆକାଉଣ୍ଟରେ ପୂର୍ବତନ ରାଜ୍ୟପାଳଙ୍କ ବିୟୋଗରେ ଲେଖିଛନ୍ତି ଯେ, “ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ରାଜ୍ୟପାଳ ଥିବା ବେଳେ ସ୍ବର୍ଗତ ଭଣ୍ଡାରେଙ୍କ ଅବଦାନ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ଥିଲା। ସ୍ବର୍ଗତ ଭଣ୍ଡାରେଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହିତ ପରିବାର ଓ ବନ୍ଧୁବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରୁଛି।“
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ରାଜ୍ୟପାଳ ଥିବା ବେଳେ ସ୍ବର୍ଗତ ଭଣ୍ଡାରେଙ୍କ ଅବଦାନ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ଥିଲା।
ସ୍ବର୍ଗତ ଭଣ୍ଡାରେଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହିତ ପରିବାର ଓ ବନ୍ଧୁବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରୁଛି।
— Mohan Charan Majhi (@MohanMOdisha) June 15, 2024
ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟ୍ୱିଟ୍ କରି ଲେଖିଛନ୍ତି “ଓଡିଶାର ପୂର୍ବତନ ରାଜ୍ୟପାଳ ତଥା ପ୍ରବୀଣ ରଜନେତା ଶ୍ରୀ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ରାଜ୍ୟର ପ୍ରଗତି ଏବଂ ଲୋକଙ୍କ କଲ୍ୟାଣ ପାଇଁ ଉତ୍ସର୍ଗୀକୃତ କାର୍ଯ୍ୟ ସହ ତାଙ୍କର ବିନମ୍ର ଏବଂ ଅମାୟିକ ସ୍ୱଭାବ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।” ତେବେ ମୁରଲୀଧରଙ୍କ ବିୟୋଗରେ ଅନେକ ରାଜନେତା ଏବଂ ବିଶିଷ୍ଟ ବ୍ୟକ୍ତିମାନେ ଓଡିଶାର ସହ ଯୋଡି ହୋଇ ରହିଥିବା ତାଙ୍କ ସ୍ମୃତିକୁ ମନେପକାଉଛନ୍ତି ।
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ପ୍ରବୀଣ ରାଜନେତା ଶ୍ରୀ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ରାଜ୍ୟର ପ୍ରଗତି ଏବଂ ଲୋକଙ୍କ କଲ୍ୟାଣ ପାଇଁ ଉତ୍ସର୍ଗୀକୃତ କାର୍ଯ୍ୟ ସହ ତାଙ୍କ ବିନମ୍ର ଏବଂ ଅମାୟିକ ସ୍ଵଭାବ ସର୍ବଦା ପ୍ରେରଣାର ଉତ୍ସ ହୋଇରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ…
— Naveen Patnaik (@Naveen_Odisha) June 15, 2024