SunstarTV
ତାତିରୁ ମିଳିଲା ଶାନ୍ତି । ରାଜ୍ୟରେ କାଲି ଠାରୁ ଏହି ତାତିରୁ ଟିକିଏ ମୁକ୍ତି ମିଳିଛି । ଯାହା ସୂଚନା ରହିଛି ଆଗାମୀ କିଛି ଦିନ ମଧ୍ୟ ବର୍ଷାର ପରିମାଣ ବଢ଼ିବ । ସୂଚନା ମୁତାବକ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବ କ୍ରମେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଏହାକୁ ନେଇ ପାଣିପାଗ ବିଶେଷଜ୍ଞ ସୂଚନା ଦେଇଛନ୍ତି । ଆଗାମୀ କିଛି ଦିନଗୁଡ଼ିକରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ଓ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସୂଚାଇ ଦେଇଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲା ପାଇଁ ଆଲର୍ଟ ଜାରି କରିଛି।
ମିଳିଥିବା ସୂଚନା ଅନୁସାରେ ୨୬ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ ଓ ବରଗଡ଼ରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହା ବ୍ୟତୀତ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଏହି ସମୟରେ ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ବର୍ଣ୍ଣିଂ ଜାରି କରିଛି।