SunstarTV
ଓଡ଼ିଶାର ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଓଡ଼ିଶା ଫେରିଛନ୍ତି। ସେ ଆଜି ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଆଜି ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରୁଛି। ଆଜି କିମ୍ବା ଆସନ୍ତାକାଲି ନୂଆ ମୂଖ୍ୟ ଶାସନ ସଚିବ ଦାୟିତ୍ଵ ଗ୍ରହଣ କରିବେ ବୋଲି ଶୁଣିବାକୁ ମିଳୁଛି। କେନ୍ଦ୍ରୀୟ ଡେପୁଟେସନ୍ରେ ଥିବା ୧୯୯୦ ବ୍ୟାଚ୍ର ଆଇଏଏସ୍ ଅଧିକାରୀ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ଏହାପରେ କ୍ୟାବିନେଟ୍ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଛି। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନା ମୁତାବକ ଆହୁଜା ଆସନ୍ତା ଡିସେମ୍ବର ମାସରେ ଅବସର ନେବେ। ବର୍ତ୍ତମାନର ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ଜେନା ଜୁନ୍ ୩୦ ତାରିଖରେ ଅବସର ନେଉଛନ୍ତି।