SunstarTV
ବରିଷ୍ଠ ନେତା ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ ଘଟିଛି । କାକଟପୁର ପୂର୍ବତନ ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ୯୩ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ଦୀର୍ଘଦିନରୁ ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ । ଶୁକ୍ରବାର ଭୋରରୁ ତାଙ୍କର ପରଲୋକ ଘଟିଛି ।
ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଛୁରିଆନା ପଞ୍ଚାୟତ ରେ ୧୭ମେ ୧୯୩୭ମସିହା ଜନ୍ମଗ୍ରହଣ କରିଥିବା ବେଳେ ପ୍ରଥମେ ଅସ୍ତରଙ୍ଗ ବ୍ଲକ ଅଧକ୍ଷ ଏହା ପରେ ବିଭିନ୍ନ ବିଭାଗ ଶିକ୍ଷା, କୃଷି, ରାଜସ୍ବ, ଅବକାରୀ, ପଞ୍ଚାୟତିରାଜ ଓ ଉପବାଚସ୍ପତି ପଦବୀର ଦାୟୀତ୍ବ ଲିଭାଇଥିଲେ।
ତାଙ୍କ ମରଶରୀରକୁ ଭୁବନେଶ୍ୱରସ୍ଥିତ ଘରୁ ପ୍ରଥମେ ଅଶୋକ ନଗର ନିଆଯିବ । ପରେ ସେଠାରୁ ବିଧାନସଭା ଓ ପରେ ସଚିବାଳୟ ନିଆଯିବ । ସେଠାରେ ଉପସ୍ଥିତ ଲୋକେ ସୁରେନ୍ଦ୍ରନାଥଙ୍କ ଶେଷ ଦର୍ଶନ କରିବେ। ସେଠାରୁ ପିପିଲି ଦେଇ ନିମାପଡ଼ା, ଗୋପ, କୋଣାର୍କ, କାକଟପୁର, ଅସ୍ତରଙ୍ଗ ନିଆଯିବ । ସେଠାରେ ସମର୍ଥକମାନେ ନିଜ ପ୍ରିୟ ନେତାଙ୍କୁ ଶେଷ ଦର୍ଶନ କରିବେ।
ତେବେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ । ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।