SunstarTV
ରାଜ୍ୟରେ ବର୍ତ୍ତମାନ ମୋହନ ସରକାରଙ୍କ ରାଜୁତି ଚାଲିଛି । ନିକଟରେ ମୌସୁମୀ ଅଧିବେଶନ ଚାଲିଥିବା ବେଳେ ଆଜି ହେଉଛି ଉପବାଚସ୍ପତି ନିର୍ବାଚନ। ବିଜେପି ପକ୍ଷରୁ ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ଉପବାଚସ୍ପତି ପ୍ରାର୍ଥୀ ହୋଇଥିବା ବେଳେ ବିରୋଧୀ ଦଳ ତରଫରୁ କାହାରି ନାମ ଦିଆ ଯାଇ ନଥିଲା । ବିଧାନସଭାରେ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ବିଜେପି ଉପବାଚସ୍ପତି ପାଇଁ ବିଧାୟକ ଶ୍ରୀ ଭୋଇଙ୍କ ନାମ ଘୋଷଣା କରିଥିଲା। ବିଧାନସଭା ସଚିବଙ୍କ ପାଖରେ ଶ୍ରୀ ଭୋଇ ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଥିଲେ।
ଆଜି ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଭବାନୀ ଭୋଇ ତଳସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଦୁଇ ଥର ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୨୦୧୯ରେ ଶ୍ରୀ ଭୋଇ ବିଜେଡି ବିଧାୟକ ପ୍ରାର୍ଥୀ ଷ୍ଟିଫେନ ୱିଲସନ ସୋରେଙ୍ଗଙ୍କୁ ପରାସ୍ତ କରିଥିବା ବେଳେ ୨୦୨୪ରେ ବିଜେଡି ପ୍ରାର୍ଥୀ ବିନୟ କୁମାର ଟାପୁଙ୍କୁ ପରାସ୍ତ କରିଥିଲେ। ଦୁଇଥର ବିଧାୟକ ହୋଇଥିବାରୁ ବିଧାନସଭା ପରିଚାଳନାରେ ତାଙ୍କର ଅଭିଜ୍ଞତା ରହିଛି। ଯେଉଁଥିପାଇଁ ଦଳ ତାଙ୍କୁ ପ୍ରାର୍ଥୀ କରିଛି। ଗତକାଲି ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡା, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ବିଜେପିର ବହୁ ବିଧାୟକ ଉପସ୍ଥିତ ଥିଲେ।