SunstarTV
ରାଜ୍ୟର ଅନେକ ସ୍ଥାନରେ ମୌସୁମୀ ବର୍ଷା ଲାଗି ରହିଛି। ତୁହାକୁ ତୁହା ଛେଚୁଛି ବର୍ଷା । ଆସନ୍ତା କିଛି ଦିନ ପର୍ଯ୍ୟନ୍ତ ରାଜ୍ୟରେ ଭଳି ପରିସ୍ଥିତି ଲାଗି ରହିବ ବୋଲି ସୂଚନା ଦେଇଛନ୍ତି ପାଣିପାଗ ବିଭାଗ। ତେବେ ଏହି ବର୍ଷା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବାର ସମ୍ଭାବନା ଅଛି । ପାଗିପାଗ ଆକଳନ ଅନୁସାରେ ଆଜି କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗ ସୂଚନା ଅନୁଯାୟୀ ମାଲକାନଗିରି, କୋରାପୁଟ୍, ନବରଙ୍ଗପୁର, ନୂଆପଡା ଓ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ପୂର୍ବ ମଧ୍ୟପ୍ରଦେଶ ଓ ଛତିଶଗଡ଼ ପାଖାପାଖି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ରାଜ୍ୟରେ ୪ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଓଡି଼ଶାର ବିଭିନ୍ନ ଅଞ୍ଚଳରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ନେଇ ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ନୂଆପଡ଼ାରେ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷା ପାଇଁ ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଢେଙ୍କାନାଳ, ସମ୍ବଲପୁର, ବରଗଡ, କଟକ, ନୟାଗଡ, ଦେଓଗଡ ଓ ଝାରସୁଗୁଡା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।