ସନଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ୮୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ସରଦାର ବୁଟା ସିଂହଙ୍କ । ତେବେ ଦିଲ୍ଲୀଠାରେ ତାଙ୍କର ମୃତ୍ୟୁ ଘଟିଛି । ବୁଟା ସିଂହ ଶିଖ ସମ୍ପ୍ରଦାୟର ଜଣେ ପ୍ରମୁଖ ନେତା ଥିଲେ । ବୁଟା ସିଂହ ରାଜନୀତିର ଏକ ଲୋକପ୍ରିୟ ନେତା ଥିଲେ। ଆଠ ଥର ସାଂସଦ ରୂପେ ସେ ନିର୍ବାଚିତ ହୋଇଥିଲେ । ବୁଟା ସିଂହ କେନ୍ଦ୍ର ଗୃହମନ୍ତ୍ରୀ(୧୯୮୬-୧୯୮୯), କୃଷି ମନ୍ତ୍ରୀ(୧୯୮୪-୧୯୮୬), ରେଳମନ୍ତ୍ରୀ, କ୍ରୀଡ଼ା ମନ୍ତ୍ରୀ ତଥା ବିହାରର ରାଜ୍ୟପାଳ(୨୦୦୪-୨୦୦୬) ଓ ଜାତୀୟ ଅନୁସୂଚିତ ଜାତି ଆୟୋଗର ଅଧ୍ୟକ୍ଷ(୨୦୦୭-୨୦୧୦) ଭାବରେ ଜାତୀୟ ରାଜନୀତିରେ ତଥା ରାଷ୍ଟ୍ର ନିର୍ମାଣରେ ଭୂମିକା ଗ୍ରହଣ କରିଥିଲେ। ଏହା ବ୍ୟତୀତ ସେ ୧୯୭୮ରୁ ୮୦ ପର୍ଯ୍ୟନ୍ତ କଂଗ୍ରେସର ମହାସଚିବ ଥିଲେ।
ବରିଷ୍ଠ କଂଗ୍ରେସ ନେତା ବୁଟା ସିଂହଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି, ‘ବୁଟା ସିଂହ ଜୀ ଗରିବମାନଙ୍କ କଲ୍ୟାଣ ସହ ଦଳିତମାନଙ୍କ କଲ୍ୟାଣ ପାଇଁ ଜଣେ ପ୍ରଭାବି ନେତା ଥିଲେ । ବୁଟା ସିଂହ ସେମାନଙ୍କ ସ୍ୱର ଥିଲେ ।’ ତାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିବା ତାଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି।
Shri Buta Singh Ji was an experienced administrator and effective voice for the welfare of the poor as well as downtrodden. Saddened by his passing away. My condolences to his family and supporters.
— Narendra Modi (@narendramodi) January 2, 2021
ସେହିପରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଟ୍ୱିଟ୍ କରି କହିଛନ୍ତି, ‘ସରଦାର ବୁଟା ସିଂହଙ୍କ ଦେହାନ୍ତ ଯୋଗୁଁ ଆଜି ପୁରା ଦେଶ ଜଣେ ସଚ୍ଚୋଟ ଜନସେବକ ଏବଂ ନିଷ୍ଠାପର ନେତାଙ୍କୁ ହରାଇଛି। ବୁଟା ସିଂହ ତାଙ୍କ ସମଗ୍ର ଜୀବନ ଦେଶ ସେବା ଏବଂ ଲୋକ କଲ୍ୟାଣରେ ସମର୍ପିତ କରିଥିଲେ, ଏଥିପାଇଁ ସେ ଚିରସ୍ମରଣୀୟ ରହିବେ।’
।’
सरदार बूटा सिंह जी के देहांत से देश ने एक सच्चा जनसेवक और निष्ठावान नेता खो दिया है।
उन्होंने अपना पूरा जीवन देश की सेवा और जनता की भलाई के लिए समर्पित कर दिया, जिसके लिए उन्हें सदैव याद रखा जाएगा।
इस मुश्किल समय में उनके परिवारजनों को मेरी संवेदनाएँ।
— Rahul Gandhi (@RahulGandhi) January 2, 2021