ପଶ୍ଚିମାଝଡ଼ ପ୍ରଭାବରେ ଆସୁଛି ପୁଣି ବର୍ଷା। ଆସନ୍ତା ୨୮ ଓ ୨୯ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହଛି। ତେବେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ଘୂର୍ଣ୍ଣିବଳୟରେ ପରିଣତ ହେବ ସୃଷ୍ଟ ଲଘୁଚାପ । ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼ ଏବଂ ନୂଆପଡାରେ ହାଲୁକା ବର୍ଷା ନେଇ ସତର୍କତା ଜାରି କରାଯାଇଛି । ସେହିପରି ୨୯ ତାରିଖରେ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।