ସନ୍ଷ୍ଟାର ଟିଭି ବ୍ୟୁରୋ
ପୁରୀ: ଦୀର୍ଘ ୯ ମାସର ଅନ୍ତ ପରେ ଆଜି ଜଗାକୁ ଦର୍ଶନ କରିବା ପାଇଁ ସାଧାରଣ ଲୋକଙ୍କୁ ଅନୁମତି ମିଳିଲା । ଆଜିଠୁ ୧୫ ହଜାରରୁ ୧୭ ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ପୁରୀ ବାସିନ୍ଦାଙ୍କ ପାଇଁ ହୋଇଥିବା ୬ ଦିନିଆ ଦର୍ଶନ ବ୍ୟବସ୍ଥା ପରେ ଦିନକୁ ୧୫ରୁ ୧୭ ହଜାର ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ହୋଇପାରିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।
ମହାପ୍ରଭୁଙ୍କ ଦର୍ଶନ ପାଇଁ ଯେଉଁ ଭକ୍ତ ଆସିବେ ସେମାନେ କୋଭିଡ୍ ନେଗେଟିଭ୍ ରିପୋର୍ଟ ଆଣିବା ବାଧ୍ୟତାମୂଳକ। ଏଥିସହ ସାମାଜିକ ଦୂରତା ଅବଲମ୍ବନ କରିବା ସହ ମାକ୍ସ ପିନ୍ଧିବା ବାଧ୍ୟତାମୂଳକ । ଯଦି ଶୃଙ୍ଖଳିତ ଦର୍ଶନ ହୁଏ ତେବେ ଫେବୃଆରୀରୁ ସ୍ଥିତି ଅନୁଧ୍ୟାନ କରି ପୂର୍ବଭଳି ଦର୍ଶନ ବ୍ୟବସ୍ଥା ହୋଇପାରେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।