ମୃତ୍ୟୁର ଦାନବ ସାଜିଛି ମୋ ବସ୍ । ଭୁବନେଶ୍ୱର ରେଳ ଷ୍ଟେସନ ନିକଟ ବସ୍ଷ୍ଟାଣ୍ଡରେ ମାଡ଼ିଗଲା ମୋ ବସ । ଜଣେ ଗୁରୁତର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି। ମାଷ୍ଟର କ୍ୟାଣ୍ଟିନ ଛକରେ ଅଟୋକୁ ଅପେକ୍ଷା କରୁଥିବା ବେଳେ ମୋ ବସ୍ ରୁଟ ନମ୍ବର ୨୩ଗାଡ଼ିଟି ବାଡେଇଦେଇଥିଲା । ଯାହାଫଳରେ ଯୁବକ ରଞ୍ଜିତ ବେହେରାଙ୍କ ଡାହାଣ ଗୋଡ ଆଘାତ ଲାଗିଛି ।
ସୂଚନା ଅନୁସାରେ, ପୁରୀର ରଞ୍ଜିତ ବେହେରା ଟ୍ରେନରେ ଭୁବନେଶ୍ବର ଆସିଥିଲେ। ଷ୍ଟେସନରେ ପହଁଚିବା ପରେ ଖରା ହେଉଥିବାରୁ ଠିଆ ହେଇଥିଲେ। କିନ୍ତୁ ହଠାତ ମୋ ବସ୍ ଡ୍ରାଇଭର କିଛି ନଦେଖି ଆଗକୁ ମାଡି ଆସିଥିଲେ। ଫଳରେ ଗୋଡ଼ରେ ପ୍ରବଳ ଆଘାତ ଲାଗିଛି। ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।