ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ଆଗାମୀ ୨ମାସ ସତର୍କତାର ସହିତ କୋଭିଡ ଗାଇଡଲାଇନ୍ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଧର୍ମାନୁଷ୍ଠାନ ଠାରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଯାଏଁ ସମସ୍ତ ଜନଗହଳି ସ୍ଥାନ ଖୋଲିବା ଆରମ୍ଭ ହେଲାଣି । ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଆଜି ରାଜ୍ୟରେ କୋଭିଡ ପରିସ୍ଥିତି ଓ ଟିକାକରଣ ସଂପର୍କରେ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇଂଲଣ୍ଡ ତଥା ଇଉରୋପରେ କୋଭିଡର ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି ଏବଂ କେତେକ ଦେଶରେ ଲକ୍ଡାଉନ୍ ମଧ୍ୟ ପୁଣି ଲାଗୁ କରାଗଲାଣି । ତେଣୁ ଆମକୁ ଅଧିକ ସତର୍କତାର ସହିତ କୋଭିଡ ଗାଇଡଲାଇନ୍ ପାଳନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ଆଉ ମଧ୍ୟ କହିଥିଲେ ଯେ କହିଥିଲେ ଯେ ସମସ୍ତଙ୍କ ସହଯୋଗରେ ଆମେ କୋଭିଡ ସଂକ୍ରମଣକୁ ସଫଳ ଭାବରେ ବର୍ତ୍ତମାନ ପର୍ଯ୍ୟନ୍ତ ନିୟନ୍ତ୍ରଣ କରିପାରିଛୁ । ଅଧିକାଂଶ ଜିଲ୍ଲା ଗ୍ରୀନ ଜୋନ୍ରେ ରହିଥିବା ବେଳେ ତୀବ୍ର ସଂକ୍ରମଣ ପର୍ଯ୍ୟାୟ ଆମ ପାର୍ ହୋଇଯାଇଛୁ । ଏହି ସଫଳତା ପାଇଁ କଠିନ ପରିଶ୍ରମ କରିଥିବା ସ୍ବାସ୍ଥ୍ୟ କର୍ମୀ, ଡାକ୍ତର ଏବଂ ଆଗଧାଡିରେ ରହି କାମ କରୁଥିବା ସମସ୍ତ କୋଭିଡ ଯୋଦ୍ଧା ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ଏବଂ ଖୁବ୍ଶୀଘ୍ର ଏ ପରିସ୍ଥିତିରୁ ଆମେ ମୁକୁଳି ପାରିବା ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ଟିକା ଲୋକଙ୍କ ଭିତରେ ବିପୁଳ ଆଶା ସଂଚାର କରିଛି ଓ ଅଯଥା ଭ୍ରମାତ୍ମକ ଗୁଜବ ଠାରୁ ଦୂରରେ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।