ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଫେବୃଆରୀ ମାସ ପାଇଁ ରାଜ୍ୟ ସରକାର ଗାଇଡଲାଇନ ଜାରି କରିଛନ୍ତି । ଏଣିକି ଶତ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ । କିନ୍ତୁ ସମସ୍ତ ଶନିବାର ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ପ୍ରାୟ ୧୧ମାସ ପରେ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଶତ ପ୍ରତିଶତ କର୍ମଚାରୀଙ୍କ ଉପସ୍ଥିତିରେ କାର୍ଯ୍ୟ କରିବ । କରୋନା ମହାମାରୀ ସମୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଅଫିସଗୁଡ଼ିକରେ କମ ସଂଖ୍ୟକ କର୍ମଚାରୀଙ୍କ ଉପସ୍ଥିତିରେ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଥଇଲା । । ଫେବୃୟାରୀ ପହିଲାରୁ ରାଜ୍ୟ ସରକାରୀ କାର୍ଯ୍ୟାଳୟଗୁଡ଼ିକ ପାଇଁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି।
ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ସମସ୍ତ ସରକାରୀ ଅଫିସଗୁଡ଼ିକରେ ଫେବୃୟାରୀ ମାସ ଆରମ୍ଭରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଶତପ୍ରତିଶତ କର୍ମଚାରୀ ଅଫିସରେ କାର୍ଯ୍ୟ କରିବେ ବୋଲି ସୂଚନା ମିଳିଛି ।