ସନ୍ଷ୍ଟାର ଟିଭି ବ୍ୟୁରୋ
ପୁରୀ: ଆଜି ଆଜି ଚାରି ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ । ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସ୍ଵତନ୍ତ୍ର ନୀତି ପାଇଁ ଶ୍ରୀଜଗନ୍ନାଥ ଙ୍କ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବାକୁ ଯାଉଛି । ଶ୍ରୀଜିଉ ମାନଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଦତ୍ତ ମହାପାତ୍ର ସେବାୟତ ଏହା ସମ୍ପାଦନ କରିବେ । ପାରମ୍ପରିକ ରଙ୍ଗରେ ଶ୍ରୀଜିଉମାନଙ୍କର ଶୃଙ୍ଗାର କରାଯିବ ।ତେବେ ସେଥିପାଇଁ ସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ହେବ ।
ତେବେ ପ୍ରତିମାସରେ ପାଖାପାଖି ଦୁଇଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକଲାଗି ହୋଇଥାଏ ନୀତି ଅନୁଷ୍ଠିତ ହୋଇଥାଏ । ବନକଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ। ନିୟମ ଅନୁଯାୟୀ ବୁଧବାର ଦିନ ବନକଲାଗି ହୋଇଥାଏ। ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ ।