ସନ୍ଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ମାର୍ଚ୍ଚ ମାସରେ ଆରମ୍ଭ ହେବାକୁ ଯାଉଛି କରୋନା ଟିକାକରଣର ତୃତୀୟ ପର୍ଯ୍ୟାୟ ।ଗତ କାଲି ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ । ତୃତୀୟ ପର୍ଯ୍ୟାୟରେ ପ୍ରାୟ ୨୭ କୋଟି ଲୋକଙ୍କୁ କରୋନା ଟିକା ଦିଆଯିବ । ଏଥିରେ ମୁଖ୍ୟତଃ ୫୦ ବର୍ଷରୁ ଉର୍ଦ୍ଧ୍ଵ ବୟସର ଲୋକଙ୍କୁ ପ୍ରାଧାନ୍ୟ ଦିଆଯିବ । ଓ ୫୦ ବର୍ଷରୁ କମ୍ ବୟସର ବ୍ୟକ୍ତି ଯଦି କିଛି ରୋଗରେ ଆକ୍ରାନ୍ତ ଥିବେ ତେବେ ସେମାନଙ୍କୁ ମଧ୍ୟ ଏହି ପର୍ଯ୍ୟାୟରେ ସାମିଲ କରାଯିବ ।
ତେବେ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ ଅଭିଯାନ ଜାନୁଆରୀ ୧୬ରୁ ଭାରତରେ ଆରମ୍ଭ ହୋଇଥିଲା ।ଏହି ପର୍ଯ୍ୟାୟରେ ପ୍ରଥମେ ସ୍ୱାସ୍ଥ୍ୟକର୍ମୀ ଏବଂ କରୋନା ଯୋଦ୍ଧାଙ୍କୁ ଟିକା ଦିଆଯାଇଥିଲା । ସମୁଦାୟ ୩ କୋଟି ଲୋକଙ୍କୁ ପ୍ରଥମ ଦୁଇ ପର୍ଯ୍ୟାୟରେ ଟିକା ଦିଆଯିବାର ଲକ୍ଷ୍ୟ ରଖାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ୫୦ ଲକ୍ଷ ଲୋକଙ୍କୁ ଟିକା ଦିଆଯାଇଛି । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଶେଷ ହେବା ପରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ କରାଯିବ ।