ସନ୍ଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ମଙ୍ଗଳବାର ସୁନା-ରୁପା ମୂଲ୍ୟ ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ସୋମବାର ସୁନା ମୂଲ୍ୟରେ ୧୯୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ମଙ୍ଗଳବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର ରେ ୫୪୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୮୯୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୭,୩୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୮୯୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୬,୩୫୦ ଟଙ୍କା ଥିଲା ।
ସେହିପରି ମଙ୍ଗଳବାର ଦେଶରେ ରୁପା ମୂଲ୍ୟ ରେ ବୃଦ୍ଧି ଘଟିଥିଲା । ସୋମବାର ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ମଙ୍ଗଳବାର ରୂପା ମୂଲ୍ୟରେ ୧,୦୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୨୦ ଟଙ୍କା ରହିଛି । ଯାହା ଗତକାଲି ୬,୯୨୦ ଟଙ୍କା ଥିଲା ।
ସେପଟେ ଆଜି ରାଜଧାନୀ ଭୁବନେଶ୍ୱର ରେ ସୁନା ଦର ରେ ବୃଦ୍ଧି ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପକ୍ଷେ ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୬୪୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୭୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୮,୦୭୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୬୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୪,୦୬୦ ଟଙ୍କା ଥିଲା ।
ସେହିପରି ମଙ୍ଗଳବାର ଭୁବନେଶ୍ୱରରେ ରୁପା ମୂଲ୍ୟ ରେ ବୃଦ୍ଧି ଘଟିଛି । ସୋମବାର ରାଜଧାନୀରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ମଙ୍ଗଳବାର ରୂପା ମୂଲ୍ୟରେ ୨,୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୫,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୧୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୫୨୦ ଟଙ୍କା ରହିଛି । ଯାହା ଗତକାଲି ୭,୩୧୦ ଟଙ୍କା ଥିଲା ।